www.samajalive.in
Monday, December 8, 2025
27.1 C
Bhubaneswar

ଛତୁ ତୋଳିବାକୁ ଯାଇ ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୋଳ : ଛତୁ ତୋଳିବାକୁ ଜଙ୍ଗଲକୁ ଯାଇ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ବ୍ୟକ୍ତି ତାଙ୍କୁ ଗୁରୁତର ଅବସ୍ଥାରେ ବନବିଭାଗ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ କିନ୍ତୁ ଏଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁଚନା ମୁତାବକ ଛେଣ୍ଡିପଦା ବ୍ଳକ୍ ଅନ୍ତର୍ଗତ ବାଗେଡିଆ ଥାନା ଅନ୍ତର୍ଗତ ନୁଆଁଗାଁ ବଡସାହି ଗ୍ରାମର ସୁବାସ ଚନ୍ଦ୍ର ପ୍ରଧାନ (୫୫) ଗାଁ ପାଖ ଜଙ୍ଗଲକୁ ସକାଳ ୬ଟା ସମୟ ରେ ଗାଁ ଠାରୁ ଦୁଇ କିଲୋମିଟର ଦୂରରେ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବାବେଳେ ଏକ ଗୋଟିକିଆ ହାତୀ ହଠାତ୍ ତାଙ୍କୁ ଆକ୍ରମଣ କରିଥିଲା। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ସୁବାସଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ କିନ୍ତୁ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories