www.samajalive.in
Saturday, December 6, 2025
16.1 C
Bhubaneswar

ପୁଣି ନୂଆ ଶୁଳ୍କ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ପୁଣି ଟ୍ରମ୍ପଙ୍କ ଟାରିଫ୍‍ ଛାଟ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି । ଟ୍ରମ୍ପଙ୍କ ଏହି ନିଷ୍ପତ୍ତି ଯୋଗୁଁ ଔଷଧଗୁଡିକରେ ଏବେ ୧୦୦ପ୍ରତିଶତ ଶୁଳ୍କ ଲାଗୁ ହେବ । ଏନେଇ ସୋସିଆଲ ମିଡ଼ିଆ ପୋଷ୍ଟରେ ସୂଚନା ଦେଇଛନ୍ତି ଟ୍ରମ୍ପ । ଆମେରିକା ରାଷ୍ଟ୍ରପତିଙ୍କ ଏଭଳି ନିଷ୍ପତ୍ତି ପାଇଁ ଭାରତୀୟ ଔଷଧ ନିର୍ମାତାମାନଙ୍କ ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇପାରେ । କାରଣ ଆମେରିକାକୁ ଭାରତ ପ୍ରତିବର୍ଷ ପ୍ରାୟ ୮୩୦୦୦କୋଟି ଟଙ୍କା ଔଷଧ ରପ୍ତାନି କରିଥାଏ । ୧୦୦% ଶୁଳ୍କ ଲାଗୁ ହେଲେ ଭାରତରୁ ଆମେରିକାକୁ ଯାଉଥିବା ଜେନେରିକ୍‍ ଔଷଧର ଦର ବହୁତ ବଢିଯିବ । ଏଥିପାଇଁ ସନ୍‍ ଫାର୍ମା, ଡକ୍ଟର ରେଡ୍ଡି, ସିପ୍ଲା, ଲୁପିନ୍‍ ପରି ବଡ କମ୍ପାନୀଗୁଡିକ ଉପରେ ଗଭୀର ଭାବେ ପ୍ରଭାବ ପଡିପାରେ ।

ଟ୍ରମ୍ପ କହିଛନ୍ତି ଆମେ ୨୦୨୫ ଅକ୍ଟୋବର ୧ତାରିଖଠାରୁ ରୋଷେଇ ଘର ଜିନିଷ, ବାଥରୁମ୍‍ ସାମଗ୍ରୀ ଏବଂ ସମ୍ବନ୍ଧିତ ଉତ୍ପାଦ ଉପରେ ୫୦ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଯାଉଛି । ଏହାସହିତ ପର୍ଣ୍ଣିଚର ଉପରେ ୩୦ପ୍ରତିଶତ ଲାଗୁ କରାଯିବ । ଏହି ଶୁଳ୍କ ବୃଦ୍ଧିର କାରଣ ଟ୍ରମ୍ପ କହିଛନ୍ତି ଅନ୍ୟ ଦେଶଗୁଡିକ ଏପରି ଉତ୍ପାଦଗୁଡିକୁ ବହୁ ପରିମାଣରେ ଆମେରିକାକୁ ପଠାଉଛନ୍ତି । ଟ୍ରମ୍ପ ଏହି ଶୁଳ୍କକୁ ଆମେରିକୀୟ ଔଷଧ ଶିଳ୍ପକୁ ସୁରକ୍ଷା ଏବଂ ସ୍ଥାନୀୟ ଉତ୍ପାଦନକୁ ପ୍ରୋତ୍ସାହନ ବୋଲି କହିଛନ୍ତି ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories