www.samajalive.in
Sunday, December 14, 2025
18.1 C
Bhubaneswar

ଲଦାଖ ହିଂସା: ସାମାଜିକ କର୍ମୀ ସୋନମ ଓ୍ବାଙ୍ଗଚୁକ ଗିରଫ

ସମାଜ ଡିଜିଟାଲ ଡେସ୍କ: ଲଦାଖକୁ ରାଜ୍ୟ ମାନ୍ୟତା ଦାବିରେ ଆରମ୍ଭ ହୋଇଥିବା ବିକ୍ଷୋଭରେ ଆନ୍ଦୋଳନକାରୀଙ୍କୁ ଉସୁକାଉଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ସାମାଜିକ କର୍ମୀ ସୋନମ ଓ୍ବାଙ୍ଗଚୁକ। ଜାତୀୟ ସୁରକ୍ଷା ଆଇନ (ଏନଏସଏ) ଅଧୀନରେ ତାଙ୍କୁ ଗିରଫ କରାଯାଇଛି।

ଲଦାଖ ଡିଜିପି ଏସ.ଡି. ସିଂହ ଜାମଓ୍ବାଲଙ୍କ ନେତୃତ୍ଵରେ ଲଦାଖ ପୁଲିସର ଏକ ଟିମ ସୋନମଙ୍କୁ ଗିରଫ କରିଛି। ଏହା ପରେ ଜରୁରିକାଳୀନ ଭିତ୍ତିରେ ଲେହରେ ମୋବାଇଲ ଇଣ୍ଟରନେଟ ସେବା ବନ୍ଦ କରିଦେଇଛି। ଏହା ସହିତ ବ୍ରଡବ୍ୟାଣ୍ଡ ସ୍ପିଡ୍‌ ହ୍ରାସ କରିଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ, ଗତ ବୁଧବାର ଦିନ ଲଦାଖକୁ ରାଜ୍ୟ ମାନ୍ୟତା ଦାବିରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ଲେହରେ ହିଂସାକାଣ୍ଡ ଘଟିଥିଲା। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ୯୦ରୁ ଅଧିକ ଲୋକ ଆହତ ହୋଇଥିଲେ। ପରିସ୍ଥିତି ନିୟନ୍ତ୍ରଣ କରିବାକୁ କର୍ଫ୍ୟୁ ଜାରି କରାଯାଇଥିଲା। ୫୦ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories