www.samajalive.in
Friday, December 12, 2025
16.1 C
Bhubaneswar

ବୃଦ୍ଧାଙ୍କ କାନଫୁଲ ଝାମ୍ପିନେଲେ ଦୁର୍ବୃତ୍ତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଥାନା ଧାମୁଣିପଙ୍ଗା ପଞ୍ଚାୟତ ଅଧୀନସ୍ଥ ଗୁଣ୍ଡୁରୀଗୁଡା ଗାଁର ହିକକା ସପାଇ ନାମ୍ନୀ ବୃଦ୍ଧାଙ୍କଠାରୁ ଦୁର୍ବୃତ୍ତମାନେ ସୁନା ଗହଣା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ସପାଇ କୌଣସି କାମରେ କଲ୍ୟାଣସିଂହପୁର ଆସି  ଅପରାହ୍ନରେ ସେ ନିଜ ଘର ଗୁଣ୍ଡୁରୀଗୁଡା ଫେରୁଥିବା ସମୟରେ କଲ୍ୟାଣସିଂହପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ନାଲି ରଙ୍ଗର ମୋଟରସାଇକେଲରେ ୩ ଜଣ ଦୁର୍ବୃତ୍ତ ଆସି ତାଙ୍କ କାନଫୁଲ ଝାମ୍ପି ନେଇଥିଲେ। ଫଳରେ ସପାଇଙ୍କ କାନ ଛିଣ୍ଡିଯିବାରୁ ସେ ରକ୍ତାକ୍ତ ହୋଇପଡ଼ିଥିଲେ। ଘଟଣାସ୍ଥଳରେ ପଡି ସେ କାନ୍ଦୁଥିବା ଲୋକମାନେ ଦେଖି ତାଙ୍କୁ ଉଦ୍ଧାର କରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରାଇଥିଲେ।

ଘଟଣା ସମ୍ପର୍କରେ ଗ୍ରାମବାସୀ ଖବର ପାଇବା ପରେ କଲ୍ୟାଣସିଂହପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ପାଇବା ପରେ ଥାନା ଅଧିକାରୀ ନୀଳକଣ୍ଠ ବେହେରା ତତ୍ପରତା ଦେଖାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories