www.samajalive.in
Thursday, December 11, 2025
27.1 C
Bhubaneswar

ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‍ଘାଟନ

ନେମାଳ : କଟକ ସଦର ନିର୍ବାଚନ ମଣ୍ଡଳୀ ତଥା ତିଲକଣା ଗ୍ରାମ ପଞ୍ଚାୟତରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‍ଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଟକ ସଦର ବିଧାୟକ ତଥା କ୍ରୀଡା, ଯୁବ ବ୍ୟାପାର ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ବିଭିନ୍ନ ଗ୍ରାମାଭିମୁଖୀ ଯୋଜନା ତଥା ସରକାରଙ୍କର ବିଭିନ୍ନ ଯୋଜନାର ସଫଳ ରୂପାୟନର ରୂପରେଖ ସହିତ ଓଡିଶାର ପ୍ରଗତୀ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ। ଏହି ଅବସରରେ ପ୍ରଥମେ ମନ୍ତ୍ରୀ ଶ୍ରୀ ବେହେରାଙ୍କୁ ତିନିମୁହାଁଣୀ ନିକଟରୁ ଏକ ମଟର ସାଇକେଲ ଶୋଭାଯାତ୍ରାରେ ପାଛୋଟି ନିଆଯାଇ ଗାଁ ଗାଁ ବୁଲି ଲୋକମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ସମିକ୍ଷା କରିଥିଲେ। ପରେ ମନ୍ତ୍ରୀ ଶ୍ରୀଯୁକ୍ତ ବେହେରା ଉକ୍ତ ପଞ୍ଚୟତରେ ପୁନ୍ଦାଳ ଶାଖା କେନାଲ ମଣ୍ଡଣ ଦାରୁଗୋସେଇଁ ସେତୁ ଓ କରାଣ୍ଡିଆ କେନାଲ ତିଲକଣା ମଲ୍ଲିକ ସାହି ସେତୁର ଶିଳାନ୍ୟାସ କରିଥିଲେ। ପରେ ମିଶନ ଶକ୍ତି ଗୃହର ଶିଳାନ୍ୟାସ କରିଥିବା ବେଳେ ଭଗବାନପୁର ଅଙ୍ଗନୱାଡି ନୂତନ ଗୃହର ଶୁଭ ଉଦ୍‍ଘାଟନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ସଡକ ଯୋଜନା ରେ କଣ୍ଟାପାରୀ ଠାରୁ ଓଡିଙ୍ଗପୁର କାଳନ୍ଦୀ ମାର୍ଗର ଶିଳାନ୍ୟାସ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଜିଲ୍ଲାପରିଷଦ ସଭ୍ୟ ଅଚ୍ୟୁତାନନ୍ଦ ଦାସ, ବରିଷ୍ଠ ବିଜେଡି ସଂଗଠକ ରମେଶ ଚନ୍ଦ୍ର ସ୍ୱାଇଁ, ସରପଞ୍ଚ ବିଶ୍ୱନାଥ ପଣ୍ଡା, ପଞ୍ଚାୟତ ବିଜେଡି ସଭାପତି ରମେଶ ଚନ୍ଦ୍ର ଜେନାଙ୍କ ସମେତ ଶତାଧିକ ଦଳୀୟ ସମର୍ଥକ ଓ ବିଜୁ ଯୁବବାହିନିର କର୍ମକର୍ତ୍ତା ଯୋଗଦେଇଥିଲେ। ତେବେ ମନ୍ତ୍ରୀ ଶ୍ରୀଯୁକ୍ତ ବେହେରା ଜନସାଧାରଣ ମାନଙ୍କ ସୁଖଦୁଃଖର ସାଥି ହୋଇଥିବାରୁ ବେସ୍ ଲୋକପ୍ରିୟତା ଓ ପତିଆରା ବୃଦ୍ଧି ପାଇଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories