www.samajalive.in
Saturday, December 13, 2025
21.1 C
Bhubaneswar

ମୃତ୍ୟୁ ସଂଖ୍ୟା ୩୦ ଟପିବା ଆଶଙ୍କା, ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ତାମିଲ ଅଭିନେତା ବିଜୟଙ୍କ ଟିଭିକେ ଦଳର ନିର୍ବାଚନୀ ରାଲିରେ ସୃଷ୍ଟି ହୋଇଥିବା ଦଳାଚକଟାରେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ। ମୃତ୍ୟୁ ସଂଖ୍ୟା ୩୦ ଟପିବା ଆଶଙ୍କା ରହିଛି। ୩୦ରୁ ଅଧିକ ଲୋକ ଆହତ ହୋଇଥିବାବେଳେ ଜ​‌ଣେ ୯ ବର୍ଷୀୟ ଶିଶୁ ନିଖୋଜ ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି। ଯୁଦ୍ଧା କାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କରୁର ଜିଲାପାଳ ଏବଂ ଅନ୍ୟ ବରିଷ୍ଟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଶନିବାର କରୁର ଜିଲାରେ ବିଜୟଙ୍କ ନିର୍ବାଚନୀ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଥିଲା। ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ ପାଇଁ ପୁଲିସ ମୁତୟତ ହୋଇଥିଲେ ହେଁ ଅସମ୍ଭାଳ ଭିଡ଼ ଯୋଗୁ ନିୟନ୍ତ୍ରଣ କରିବା ସମ୍ଭବ ହୋଇ ନ ଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ବିଜୟ ଅଧାରୁ ଭାଷଣ ବନ୍ଦ କରିଥିଲେ। ଉପସ୍ଥିତ ପୁଲିସ କର୍ମଚାରୀଙ୍କୁ ସହାୟତା ମାଗିଥିଲେ। କିଛି ସମୟ ମଧ୍ୟରେ ଅନେକ ଲୋକ ଚେତାଶୂନ୍ୟ ହୋଇପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories