www.samajalive.in
Friday, December 5, 2025
20.1 C
Bhubaneswar

ସୋମବାର ରାଶିଫଳ: ଆଜି ଦିନସାରା ସତର୍କତାର ସହ ଚଳିବାକୁ ପଡ଼ିବ

ମେଷ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ରାଜଯୋଗ ଅଛି। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ ମାର୍ଗରେ ଧନ ବ୍ୟୟ କରିବେ।

ବୃଷ: ଆୟୁଷ୍ମାନ୍‌ ହେବେ। ଧାର୍ମିକ ଓ ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ। ସୁଖୀ ହେବେ।

- Advertisement -

ମିଥୁନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତସମ୍ପନ୍ନ ହେବେ। ଦୟା ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ଓ ତେଜୀୟାନ ହେବେ।

କର୍କଟ: ଭାଗ୍ୟଶାଳୀ ହେବେ। ସାରାଦିନ ଭୋଗ ବିଳାସରେ କଟାଇ ପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ଆଜି ଦିନସାରା ସତର୍କତାର ସହ ଚଳିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବା ସହ ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭ କାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ।

କନ୍ୟା: ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ମନରେ ଉପୁଜିଥିବା ଅଂହକାରକୁ ବିସର୍ଜନ ଦେଇପାରନ୍ତି। କର୍ମଠ ହେବେ।

ତୁଳା: ଭ୍ରାତୃତ୍ବ ବନ୍ଧନର ନିବିଡ଼ତା ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟରେ ସହାୟକ ହେବ। ଆୟୁଷ୍ମାନ୍‌ ହେବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ସରକାରୀ ଜନସେବାରେ ଥାଇ ମଧ୍ୟ ଲୋକଙ୍କ ଆସ୍ଥାଭାଜନ ହେବେ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ଧୁନ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି, ନ କରିବା ଭଲ। ଯାନବାହନ ସୁଖ ମିଳିପାରେ।

ମକର: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ପ୍ରାପ୍ତ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କୁମ୍ଭ: ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପରିବାର ସ୍ନେହୀ ଓ ମିତ୍ରପ୍ରିୟ ହେବେ।

ମୀନ: ଶାନ୍ତିପ୍ରିୟ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୈନିକ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଲୋକପ୍ରିୟ ହେବେ। ସାମାଜିକ ଗୌରବ ଲାଭ କରିବେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories