www.samajalive.in
Monday, December 8, 2025
16.1 C
Bhubaneswar

ଶିରୀଶ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର

ସମାଜ ବ୍ୟୁରୋ: RBI ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କ ନିଯୁକ୍ତି । ଅକ୍ଟୋବର ୯ ତାରିଖରେ ଦାୟିତ୍ୱ ନେବେ ଶିରୀଶ । କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଦୀର୍ଘ ଦିନର ଅଭିଜ୍ଞତା ରହିଛି । ସୁଯୋଗ୍ୟ ଓଡିଆ ଭାବେ ସର୍ବୋଚ୍ଚ ବ୍ୟାଙ୍କରେ ନିଯୁକ୍ତି ପାଇଁ ବଧାଇ ଜଣାଇଲେ ।

- Advertisement -

ଏବେ ରିଜର୍ଭ ବ୍ୟାଙ୍କ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍‌ଟର ଅଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ । ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବେତନଟିରେ । ବର୍ତ୍ତମାନ ଡେପୁଟି ଗଭର୍ଣ୍ଣର ଥିବା ରାଜେଶ୍ୱର ରାଓଙ୍କ କାର୍ଯ୍ୟକାଳ ଅକ୍ଟୋବର ୮ରେ ଶେଷ ହେବ । ଏପଟେ ଶିରୀଶଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଗୁରୁତ୍ବପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ତାଙ୍କର ଦୀର୍ଘ ଅଭିଜ୍ଞତା ଦେଶର ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ବେତନଟିର ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ପୂର୍ବତନ ସିଏଜି ତଥା ଜାମ୍ମୁ-କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଭାଇ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories