www.samajalive.in
Saturday, December 13, 2025
17.1 C
Bhubaneswar

କ୍ୟାବିନେଟ ନିଷ୍ପତ୍ତି: ଦେଶରେ ଖୋଲିବ ୫୭ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଡେସ୍କ: କେନ୍ଦ୍ର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ସାରା ଦେଶରେ ୫ ହଜାର ୮୬୨ କୋଟି ଟଙ୍କାରୁ ଅଧିକ ବ୍ୟୟରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ କରିଛି। ନୂଆଦିଲ୍ଲୀରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ପିଲାମାନଙ୍କ ଶିକ୍ଷାଗତ ଆବଶ୍ୟକତାକୁ ସହଜ କରିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ନ ଥିବା ଜିଲ୍ଲା ଗୁଡିକରେ ୨୦ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ। ସେ କହିଛନ୍ତି ଯେ ଆକାଂକ୍ଷୀ ଜିଲ୍ଲାଗୁଡ଼ିକରେ ୧୪ଟି କେନ୍ଦ୍ରୀୟ ବିଦ୍ୟାଳୟ, ବାମପନ୍ଥୀ ଉଗ୍ରବାଦ ଜିଲ୍ଲାଗୁଡ଼ିକରେ ୪ଟି ଏବଂ ଉତ୍ତର-ପୂର୍ବ କ୍ଷେତ୍ର ଓ ପାହାଡ଼ିଆ ଅଞ୍ଚଳରେ ୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ପ୍ରସ୍ତାବ ରହିଛି। ମନ୍ତ୍ରୀ କହିଛନ୍ତି ଯେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଦ୍ୱାରା ୮୭ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ୪ ହଜାର ୬୦୦ ଅତିରିକ୍ତ ଶିକ୍ଷକ ପଦବୀ ସୃଷ୍ଟି ହେବ।

ନୂତନ ଜାତୀୟ ଶିକ୍ଷାନୀତି ପାଇଁ ଆଦର୍ଶ ବିଦ୍ୟାଳୟ ଭାବରେ, ପ୍ରଥମ ଥର ପାଇଁ ଏହି ୫୭ଟି କେନ୍ଦ୍ରୀୟ ବିଦ୍ୟାଳୟକୁ ବାଲଭାଟିକା ସହିତ ମଞ୍ଜୁର କରାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories