www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଗଭୀର ଅବପାତ: ପ୍ରବଳ ବର୍ଷିବ

ସମାଜ ଡିଜିଟାଲ ଡେସ୍କ: ଆଜି ଗଭୀର ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ହୋଇଥିବା ଲଘୁଚାପ । ପୂର୍ବରୁ ଅବପାତର ରୂପ ନେଇ ସାରିଥିବା ବେଳେ ଆଜି ଗଭୀର ଅବପାତର ରୂପ ନେଇ ବିଭିନ୍ନ ଜିଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପୁରୀଠାରୁ ୩ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ  ହୋଇଥିବା ବେଳେ  ଏହା ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ଘଣ୍ଟାରେ ୧୦କିମି ବେଗରେ ଅବପାତ ବଢୁଛି । ଏହାର ପ୍ରଭାବରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି । ୩ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି ।
ଆଜି ଦୁଇ ଜିଲା ଜଗତସିଂହପୁର ଓ ପୁରୀକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ପ୍ରବଳ ବର୍ଷା ପାଇଁ ୧୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories