www.samajalive.in
Monday, December 8, 2025
27.1 C
Bhubaneswar

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ରେଡ୍‌‌, ୧୬କୁ ଅରେଞ୍ଜ ଓ ୭କୁ ୟେଲୋ ୱାର୍ଣ୍ଣିଂ

ଡେସ୍କ: ରାଜ୍ୟରେ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ଟି ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ପୁରୀ, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ନବରଙ୍ଗପୁର ଓ ମାଲକାନଗିରି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭାଗୀୟ ସୂଚନା ଅନୁଯାୟୀ, ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ୪୦ରୁ ୫୦ କି.ମି. ରହିପାରେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories