www.samajalive.in
Monday, December 8, 2025
16.1 C
Bhubaneswar

ଜାତିର ଜନକ ମହାତ୍ମା ଗାନ୍ଧୀ‌ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ, ଫୁଲବାଣୀର ମିଳିତ ଆନୁକୁଲ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀ‌ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ତରଫରୁ ଫୁଲବାଣୀ ସହରରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ୍ ପରିବେଷଣ କରାଯିବା ସହିତ ଫୁଲବାଣୀ ସଦରମହକୁମାରେ ଥିବା ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିଗୁଡିକରେ ଜିଲ୍ଲାପାଳ, କନ୍ଧମାଳ ବେଦଭୂଷଣ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନଙ୍କର ଦ୍ବାରା ମାଲ୍ୟାର୍ପଣ କରାଯାଇଥିଲା ଏବଂ ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଗୁଡ଼ିକରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା। ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦର ସଭାଗୃହରେ ସର୍ବଧର୍ମ ପ୍ରାର୍ଥନା ଏବଂ ଗାନ୍ଧୀ ବିଚାର ଓ ଦର୍ଶନ ଉପରେ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା। କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ କହିଥିଲେ ଯେ ମହାତ୍ମା ଗାନ୍ଧୀ ସ୍ଵାଧୀନତାର ଅର୍ଥ ସମସ୍ତଙ୍କ ପାଖକୁ ପହଞ୍ଚାଇଥିଲେ। ବ୍ରିଟିଶ ସରକାରଙ୍କ ବିରୋଧରେ ଲଢେଇରେ ସମସ୍ତଙ୍କୁ ସାମିଲ କରି ଭାରତକୁ ସ୍ଵାଧୀନ କରିବାରେ ତାଙ୍କର ଭୂମିକା ଅବିସ୍ମରଣୀୟ ହୋଇ ରହିବ। ତାଙ୍କର ଅହିଂସାର ମାର୍ଗ ସମସ୍ତ ମାନବ ସମାଜ ପାଇଁ ଏକ ଆଦର୍ଶ ହୋଇରହିଛି ଏବଂ ରହିଥିବ। ଆଗାମୀ ଯୁବପିଡ଼ି ଏହି ମହାନ ପୁରୁଷଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଇଥିଲେ। ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ ସଭାପତି ବିଜୟ କୃଷ୍ଣ ପଟ୍ଟନାୟକ ଗାନ୍ଧୀ ବିଚାର ଓ ଦର୍ଶନ ଉପରେ ଆଲୋଚନା କରିଥିଲେ। ଏହି ଉପଲକ୍ଷେ ବିଭିନ୍ନ ବର୍ଗରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ଓ ସ୍ମାରକୀ ପ୍ରଦାନ କରାଯାଇଥିଲା। ପ୍ରକଳ୍ପ ପ୍ରଶାସକ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀ ଗଦାଧର ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ଫୁଲବାଣୀ ଉପଜିଲ୍ଲାପାଳ ଭିକାରୀ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅକ୍ଷୟ କୁମାର ସେଠୀ, ଉପସଭାପତି, ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ ବନବିହାରୀ ନନ୍ଦ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ, ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦର କର୍ମକର୍ତ୍ତା, ସାଧାରଣ ଜନତା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories