www.samajalive.in
Friday, December 5, 2025
26.1 C
Bhubaneswar

ଲଗାଣ ବର୍ଷାରେ ପ୍ରଭାବିତ ଗଜପତି ଜିଲ୍ଲା, ତୁରନ୍ତ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଡେସ୍କ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଜପତି ଜିଲ୍ଲା ପରିସ୍ଥିତି ଉପରେ ନଜର ରଖିବା ସହିତ ସ୍ଥିତି ପରଖିବା ଓ ସହାୟତା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଜେନାଙ୍କୁ ଗଜପତି ଜିଲ୍ଲାକୁ ପଠାଇଛନ୍ତି।

ଗୁରୁବାର ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ ଜିଲ୍ଲାର ଅନେକ ସ୍ଥାନରେ ପାହାଡରୁ ମାଟି ଖସି ଯାତାୟତ ବାଧାପ୍ରାପ୍ତ ହୋଇଛି।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories