www.samajalive.in
Saturday, December 6, 2025
23.1 C
Bhubaneswar

ଦୁର୍ଗମ ଗିରି ଅଞ୍ଚଳରେ ପାହାଡି ବନ୍ୟା

ଗୁଣୁପୁର: ରାୟଗଡା ଜିଲା ଗୁଣୁପୁର ବ୍ଲକର ଦୁର୍ଗମ ଗିରି କନ୍ଦରରେ ଥିବା ଶଗଡା ଓ ପୁଟାସିଂ ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁଁ ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ଲଘୁଚାପ ଜନିତ ଗଭୀର ଅବପାତ ଫଳରେ ବୁଧବାର ବିଳମ୍ବିତ ରାତିରୁ ଜିଲା ରେ ପ୍ରବଳ ବର୍ଷା ଲାଗିରହିବା ଯୋଗୁଁ ପାହାଡିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ଚାଷୀଙ୍କ ଧାନ ଜମିରେ ବାଲି ମାଡ଼ି ଯାଇଥିବା ବେଳେ ଫସଲ ସବୁ ଭାସି ଯାଇଛି । ଆଉ କେତେକ ଅଞ୍ଚଳରେ ପାଣି ଜମି ରହି ଫସଲ ନଷ୍ଟ ହୋଇଯାଇଛି । ପବନ ଯୋଗୁଁ ଧାନ, କପା ଫସଲ ଭାଙ୍ଗି ପଡିଛି । ପ୍ରଶାସନ ପକ୍ଷରୁ ତୁରନ୍ତ କ୍ଷୟକ୍ଷତିର ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି ହୋଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories