www.samajalive.in
Saturday, December 6, 2025
26.1 C
Bhubaneswar

ଜମ୍ମୁ ଓ କଶ୍ମୀରରେ ଖାଇକୁ ଖସିଲା ବସ୍‌; ୬ ମୃତ ଓ ୩୧ ଆହତ

ଜମ୍ମୁ: ଶନିବାର ଜମ୍ମୁ ଓ କଶ୍ମୀରରେ ଏକ ଭୟାବହ ସଡକ ଦୁର୍ଘଟଣା ଘଟିଛି । ଖାଇ ମଧ୍ୟକୁ ଏକ ଯାତ୍ରୀବାହୀ ବସ ଓଲଟି ପଡି ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୧ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଉଦ୍ଧାମପୁର ଜିଲାର ସୁରିନସର ଚନ୍ଦେହ ଗ୍ରାମରେ ଶୁକ୍ରବାର ମଧ୍ୟରାତିରେ ବସଟି ଭାରସାମ୍ୟ ହରାଇ ଖାଇ ମଧ୍ୟକୁ ଖସି ପଡିଥିଲା। ଘଟଣାସ୍ଥଳରେ ରାଜସ୍ୱ, ବେସାମରିକ ପ୍ରତିରକ୍ଷା ଏବଂ ପୁଲିସ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ । ତୁରନ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ହସ୍ପଟାଲକୁ ସ୍ଥାନାନ୍ତର କରିଥିଲେ । ଦୁର୍ଘଟଣାସ୍ଥରୁ ୫ ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ରାସ୍ତାରେ ଅନ୍ୟ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ମୋଟ୍ ୬ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୧ ଜଣ ଆହତ ଯାତ୍ରୀ ଚିକିତ୍ସାଧୀନ ରହିଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories