ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସ୍ଆଇ ଚାକିରି କେଳେଙ୍କାରୀ ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ପୂର୍ବରୁ ୧୧୪ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏହି ମହାଦୁର୍ନୀତିର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍ ଡିଜିଟାଲ ତଥ୍ୟ ଯୋଗାଡରେ ଲାଗିପଡିଛି । ପଞ୍ଚସଫ୍ଟ କମ୍ପାନୀ ମାଲିକ ଶଙ୍କର ପୃଷ୍ଟି ମାଷ୍ଟର ମାଇଣ୍ଡ ଥିବା ସନ୍ଦେହ କରାଯାଉଛି ।
ଏହି କେଳେଙ୍କାରୀର ପର୍ଦ୍ଦାଫାସ କରିବାକୁ ତଦନ୍ତ ଜୋରଦାର ଆରମ୍ଭ ହୋଇଛି । ଏଥିପାଇଁ କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି । ଗଞ୍ଜାମ ଜିଲାର ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଏସଆଇ ପରୀକ୍ଷା କେଳେଙ୍କାରୀର ସମସ୍ତ ମାମଲାର ତଦନ୍ତ କରିବେ ରତ୍ନପ୍ରଭା ।



