www.samajalive.in
Saturday, December 6, 2025
14.1 C
Bhubaneswar

ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ସାଙ୍ଗଠନିକ ବିଷୟ ଉପରେ ଆଲୋଚନା

ନୂଆଦିଲ୍ଲୀ: ଦିଲ୍ଲୀରେ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଏହାସହିତ ରାଜନୈତିକ ସ୍ଥିତି ଓ ଭବିଷ୍ୟତରେ କାର୍ଯ୍ୟପନ୍ଥା ଉପରେ ବିସ୍ତୁତ ଆଲୋଚନା ହୋଇଛି । ଦଶହରା ଶେଷ ହେବା ପରେ ଏବେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବା ଚର୍ଚ୍ଚା ଜୋର ଧରିଛି  ।

- Advertisement -

ତେବେ ଏହି ସାକ୍ଷାତକାରକୁ ନେଇ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଜେ.ପି ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାରୁ ସୁଯୋଗ ପ୍ରାପ୍ତ ହେଲା । ଏହି ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୁତ ଆଲୋଚନା ହୋଇଥିଲା । ଜେ.ପି ନଡ୍ଡାଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମି ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories