www.samajalive.in
Monday, December 8, 2025
24.1 C
Bhubaneswar

କୋଚିଂ ସେଣ୍ଟରରେ ଭୟଙ୍କର ବିସ୍ଫୋରଣ, ୨ ଛାତ୍ର ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତରପ୍ରଦଦେଶର ଫାରୁଖାବାଦର ଏକ କୋଚିଂ ସେଣ୍ଟରରେ ଶନିବାର ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୫ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ତୁରନ୍ତ ଫାରୁଖାବାଦର ଲୋହିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରୁ ୧ କିଲୋମିଟୂ ଦୂର ପର୍ଯ୍ୟନ୍ତ ଏହାର ପ୍ରଚଣ୍ଡ ଶବ୍ଦ ଶୁଭିଥିଲା। ମୃତଦେହଗୁଡ଼ିକ ଖଣ୍ଡବିଖଣ୍ଡିତ ହୋଇ ଛିଟିକି ପଡ଼ିଥିଲା। ବାହାରେ ଲାଗିଥିବା ଲୁହା ଜାଲି ୧୫୦ ମିଟର ଦୂରତା ଯାଏ ଛିଟିକି ପଡ଼ିଥିଲା। ଆଖପାଖରେ ଥିବା ଅନେକ କୋଠାର କାଚ ଝରକା ମଧ୍ୟ ଭାଙ୍ଗି ଯାଇଥିଲା। ବାଇକ ଏବଂ ସ୍କୁଟି ବି ୫୦ ମିଟର ଦୂରରେ ଛିଟିକି ପଡ଼ିଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହିତ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ବିସ୍ଫୋରଣର କାରଣ ଜଣାପଡ଼ିନାହିଁ।

- Advertisement -

ଜିଲାପାଳ ଆଶୁତୋଷ କୁମାର ଦ୍ଵିବେଦୀ ଏବଂ ଏସପି ଆରତି ସିଂହ ଲୋହିୟା ଡାକ୍ତରଖାନାରେ ପହଞ୍ଚି ଆହତମାନଙ୍କୁ ଭେଟିଛନ୍ତି। ମୁଖ୍ୟ ଚିକିତ୍ସା ଅଧିକାରୀ ଅବନିନ୍ଦ୍ର କୁମାର କହିଛନ୍ତି ଯେ, ଡାକ୍ତରଖାନା ଆସିଥିବା ୭ ଆହତଙ୍କ ମଧ୍ୟରୁ ଦୁଇ ଜଣଙ୍କ ମୃତ ଘୋଷଣା କରାଯାଇଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories