www.samajalive.in
Sunday, December 7, 2025
16.1 C
Bhubaneswar

ଦାର୍ଜିଲିଂରେ ଭୂସ୍ଖଳନ : ପୋଲ ଭୁଶୁଡି ୬ ମୃତ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ଦାର୍ଜିଲିଂ ଜିଲ୍ଲାର ମିରିକରେ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ବର୍ଷା ଯୋଗୁଁ ମିରିକ୍ ଏବଂ କର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ଲୁହା ସେତୁ ଭୁଶୁଡି ପଡିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭୂସ୍ଖଳନ ଯୋଗୁଁ ରାସ୍ତା ଗୁଡିକ କାଦୁଅ ତଳେ ପୋତିହୋଇରହିଛି। ସେପଟେ ଲଘୁଚାପ କ୍ଷେତ୍ର ପ୍ରଭାବରେ ସୋମବାର ସକାଳ ପର୍ଯ୍ୟନ୍ତ ଉପ ହିମାଳୟ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଦାର୍ଜିଲିଂ , କାଲିମପଙ୍ଗ, କୁଚ୍  ବିହାର, ଜଳପାଇଗୁଡି ଏବଂ ଆଲିପୁରଦୁଆରରେ ଅତି ପ୍ରବଳ ହେବା ନେଇ ସତର୍କତା ଜାରି କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories