www.samajalive.in
Saturday, December 6, 2025
19.1 C
Bhubaneswar

ସହିଦ୍‌ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଆଜି ସହିଦ୍ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ବିଧାନସଭା ପରିସରରେ ଥିବା ବାଜି ରାଉତଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ବିଧାୟକ ବାବୁ ସିଂ, ଅନନ୍ତ ନାରାୟଣ ଜେନା , ଯୁବ ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ବହୁ ଅଧିକାରୀ ଏବଂ ସାମାଜିକ କର୍ମୀ ମଧ୍ୟ ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ମାତ୍ର ୧୨ବର୍ଷ ବୟସରେ ଦେଶପାଇଁ ପ୍ରାଣବଳି ଦେଇ ଇତିହାସ ସୃଷ୍ଟି କରିଥିବା ଶହୀଦ ବୀର ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଭକ୍ତିପୂତ ପ୍ରଣାମ। ସେପଟେ ସହିଦଙ୍କ ଗାଁ ଢେଙ୍କାନାଳ ନୀଳକଣ୍ଠପୁର ଭୁବନରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳନ କରାଯିବ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories