www.samajalive.in
Friday, December 5, 2025
27.1 C
Bhubaneswar

ଶାନ୍ତି ବଜାଇ ରଖିବାକୁ ‘ଏକ୍ସ’ରେ ଅପିଲ୍‌ କଲା ଓଡ଼ିଶା ପୁଲିସ

କଟକ: କଟକ ସହରରେ ଶାନ୍ତି ବଜାୟ ରଖିବାକୁ ଅନୁରୋଧ କରିଛି ଓଡ଼ିଶା ପୁଲିସ । ସହରରେ ସ୍ୱାଭାବିକତା ଫେରାଇ ଆଣିବା ପାଇଁ ସମସ୍ତଙ୍କୁ ଶାନ୍ତ ରହିବା, ଗୁଜବ ଏଡାଇବା ଏବଂ ପୁଲିସକୁ ସହଯୋଗ କରିବାକୁ ଓଡ଼ିଶା ପୁଲିସ ପକ୍ଷରୁ ଅନୁରୋଧ କରାଯାଇଛି।  ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ସମ୍ପୂର୍ଣ୍ଣ ପ୍ରତିଶ୍ରୁତି ବଦ୍ଧ। ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଛି ବୋଲି ଓଡ଼ିଶା ପୁଲିସ ଏକ୍ସରେ ସୂଚନା ଦେଇଛି।

ଦୁର୍ଗାପୂଜା ମେଢ ଭସାଣ ବେଳେ ଗୋଷ୍ଠୀ ବିବାଦକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଆଜି କଟକ ବନ୍ଦ ଡାକରା ଦିଆଯାଇଛି । ରବିବାର ବନ୍ଦ ସପକ୍ଷରେ ଶୋଭାଯାତ୍ରା ବାହାରିଥିବା ବେଳେ ପୁଣି ଥରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଥିଲା । ଯାହାକୁ ନେଇ ସହରରେ ୩୬ଘଣ୍ଟା ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି ।  ପୁଲିସ ଡିଜି ୱାଇ ବି ଖୁରାନିଆଙ୍କ ନେତୃତ୍ୱରେ ଦ ରଗଘାବଜାରରେ ପୁଲିସର ସ୍ୱତନ୍ତ୍ର କ୍ୟାମ୍ପ ଅଫିସ ଖୋଲାଯାଇଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories