www.samajalive.in
Friday, December 5, 2025
27.1 C
Bhubaneswar

ବାର୍‌ହା କବଳରୁ ମୁକୁଳିଲେ ୫ ପର୍ଯ୍ୟଟକ

ଖୋର୍ଦ୍ଧା : ବରୁଣେଇରେ ବାରହା କବଳରେ ଥିବା ୫ ଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି। ଅଗ୍ନିଶମ ଏବଂ ବନ କର୍ମଚାରୀମାନେ ବାରହାକୁ ଘଉଡାଇ ପର୍ଯ୍ୟଟକ ମାନଙ୍କୁ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ ରବିବାର ଛୁଟିଦିନ ଥିବାରୁ ବରୁଣେଇକୁ ବୁଲିବାକୁ ପର୍ଯ୍ୟଟକମାନେ ଆସିଥିଲେ। ପୀଠରେ ପର୍ଯ୍ୟଟକମାନେ ବୁଲାବୁଲି କରୁଥିବା ସମୟରେ ବାରହା ସେମାନଙ୍କୁ ଆକ୍ରମଣ କରିଥିଲା। ଏଥିରେ ୩ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ସ୍ଥାନୀୟ ପୁଲିସ ଏବଂ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ଆହତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହିଂସ୍ର ବାର୍‌ହା ଭୟରେ ୫ ପର୍ଯ୍ୟଟକ ଗଛ ଉପରେ ଆଶ୍ରୟ ନେଇଥିଲେ। ଆଜି ସେମାନଙ୍କୁ ଉଦ୍ଧାର କରାଯାଇଛି। ତେବେ ଫସି ରହିଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଜଣେ ପୁଲିସ୍‌ କର୍ମଚାରୀଙ୍କର ମୃତ୍ୟୁ ଘଟିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories