www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ହୋଇପାରେ ବିହାର ନିର୍ବାଚନ ତାରିଖ ଘୋଷଣା

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ଲାଗି ଆଜି ତାରିଖ ଘୋଷଣା ହୋଇପାରେ । ଭାରତୀୟ ନିର୍ବାଚନ କମିଶନ ଆଜି ଅପରାହ୍ନ ୪ଟାରେ ଏକ ସମ୍ବାଦିକ ସମ୍ମିଳନୀ କରିବା ନେଇ ସୂଚନା ମିଳିଛି । ସୂତ୍ର ଅନୁସାରେ ନିର୍ବାଚନ କମିଶନ ଆଜି ବିହାର ବିଧାନସଭା ନିର୍ବାଚନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ । ଏହା ପରେ ଅପରାହ୍ନ ୪ଟାରେ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବିହାର ନିର୍ବାଚନ ତାରିଖ ଘୋଷଣା ହୋଇପାରେ ବୋଲି ଆଲୋଚନା ହେଉଛି ।

ବିହାରର ୨୪୩ଟି ବିଧାନସଭା ଆସନ ପାଇଁ ଅକ୍ଟୋବର-ନଭେମ୍ବର ୨୦୨୫ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ନିର୍ବାଚନ ତାରିଖ ଘୋଷଣା ହେବା ପରେ ଆଚରଣ ବିଧି ଲାଗୁ ହେବ ଏବଂ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଯିବ । ଏହି ନିର୍ବାଚନରେ ନିର୍ବାଚନ ଆୟୋଗ ପକ୍ଷରୁ ଆପଣାଯାଇଥିବା ୧୭ଟି ନୂଆ ନିର୍ବାଚନ ସଂସ୍କାରକୁ କାର୍ଯ୍ୟକାରୀ କରାଯିବ । ଏ ସମ୍ପର୍କରେ ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ରବିବାର ପାଟନାରେ ଆୟୋଜିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ । ବିହାରରେ ଯେଉଁ ସଂସ୍କାର କାର୍ଯ୍ୟକାରୀ ହେବ ତାକୁ ଆଗାମି ଦିନରେ ସାରା ଦେଶରେ କାର୍ଯ୍ୟକାରୀ କରାଯିବ ବୋଲି ସିଇସି କହିଥିଲେ ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories