www.samajalive.in
Sunday, December 7, 2025
26.1 C
Bhubaneswar

କଟକ ଗଣ୍ଡଗୋଳ: ୮ଜଣ ଗିରଫ

ସମାଜ ଡିଜିଟାଲ  ଡେସ୍କ:  କଟକ ଗଣ୍ଡଗୋଳ ଘଟଣାରେ ଏଯାବତ ୮ଜଣଙ୍କୁ ଗିରଫ କରିଛି ପୁଲିସ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍‍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି କହିଛନ୍ତି ।  ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୁଲିସ । ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୁଲିସ ଉପରେ ଆକ୍ରମଣ ଭଳି ମାମଲା ରୁଜୁ କରିଛି ପୁଲିସ ।
କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ବିଶୃଙ୍ଖଳାକାରୀଙ୍କ ବିରୋଧରେ ପୁଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । କଟକରେ ଶାନ୍ତି ଓ ସଦଭାବନା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories