ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ୧୧ ତାରିଖରେ ଓଡ଼ିଶାର ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ୧୮ ତାରିଖରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଉପନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୨୦ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୨୪ ତାରିଖରେ ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି।
Popular Categories



