ଭୁବନେଶ୍ୱର: କଟକ ସହରରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍ ସେବା। ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଛି ବୋଲି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା ଅଞ୍ଚଳରେ ଏହି ପ୍ରତିବନ୍ଧକ ଲାଗୁ କରାଯାଇଛି ।
Popular Categories



