www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଓକିଲଙ୍କ ଲାଇସେନ୍ସ ରଦ୍ଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ। ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରିଛି।

ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ଜଣାଇଛି କି ଏହି ମାମଲାରେ ଓକିଲଙ୍କ ବିରୋଧରେ ଅନୁଶାସନାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ୧୫ ଦିନ ମଧ୍ୟରେ ଶୋ କଜ୍ ନୋଟିସ୍ ଜାରି କରାଯିବ। ନୋଟିସର ଜବାବ ଓ ମାମଲାର ଯାଞ୍ଚ ଆଧାରରେ କାଉନସିଲ୍ ଉଚିତ୍ ଓ ଆବଶ୍ୟକ ଆଦେଶ ପାରିତ କରିବ ।

- Advertisement -

ସୂଚନାଯୋଗ୍ୟ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର ଗଭଇ ଏକ ମାମଲାର ଶୁଣାଣି କରୁଥିବା ସମୟରେ ଜୋତା ଫିଙ୍ଗିବାକୁ ଉଦ୍ୟମ କରିବା ସହ ଚିତ୍କାର କରି ରାକେଶ କହିଥିଲେ କି, ‘ସନାତନଙ୍କ ପ୍ରତି ଅପମାନ ସହ୍ୟ କରିବି ନାହିଁ’ । ଆକ୍ରମଣ ଉଦ୍ୟମ ପରେ କୋର୍ଟ କର୍ମଚାରୀମାନେ ତାଙ୍କୁ ପୁଲିସ ଜିମା ଦେଇଥିଲେ । ମଧ୍ୟପ୍ରଦେଶର ଖଜୁରାହୋରେ ଭଗବାନ ବିଷ୍ଣୁଙ୍କ ୭ଫୁଟ୍‍ ଉଚ୍ଚ ମୁଣ୍ଡ କଟା ମୂର୍ତ୍ତିର ପୁନରୁଦ୍ଧାର ଉପରେ ସିଜେଆଇ ଗଭଇଙ୍କ ମନ୍ତବ୍ୟରେ ଆଇନଜୀବୀ ରାକେଶ ବେଶ ଆଘାତ ପାଇଥିଲେ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories