www.samajalive.in
Friday, December 5, 2025
27.1 C
Bhubaneswar

୪ଦିନ ବଜ୍ରପାତ ସହ ବର୍ଷା

ଭୁବନେଶ୍ବର: ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଥିବାବେଳେ ଅପରାହ୍ଣ ୨ଟାରୁ ପୁଣି ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। କେବଳ ଭୁବନେଶ୍ବର ନୁହେଁ ବରଂ ପାରାଦ୍ବୀପରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ପାରାଦ୍ବୀପରେ ୭୦.୧ମି.ମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ିରେ ୩୬, ଭୁବନେଶ୍ବର ୨.୨, ବାଲେଶ୍ବର ୧.୨ ଏବଂ ଚାନ୍ଦବାଲି ୧.୬ମି.ମି. ବର୍ଷା ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories