www.samajalive.in
Sunday, December 7, 2025
16.1 C
Bhubaneswar

କଟକରୁ ହଟିଲା କର୍ଫ୍ୟୁ

କଟକ: କଟକରୁ ହଟିଲା କର୍ଫ୍ୟୁ।  କଟକ ସହରରୁ କର୍ଫ୍ୟୁ କଟକଣା ପ୍ରତ୍ୟାହାର ହୋଇଛି। ଏ ନେଇ ସୂଚନା ନେଇ ପୁଲିସ୍‌ କମିଶନର ସୂଚନା ଦେଇଛନ୍ତି। ପୁଲିସ୍ କମିଶନର ଏସ୍‌ ଦେବଦତ୍ତ ସିଂ କହିଛନ୍ତି ପରିସ୍ଥିତି ଉପରେ ନଜର ରଖାଯାଇଛି। ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ପୁଲିସ୍‌ ମୁତୟନ ହୋଇଛନ୍ତି। କର୍ଫ୍ୟୁ ସମୟରେ କୌଣସି ବିଶୃଙ୍ଖଳା ଘଟିନି। ପରିସ୍ଥିତି ଦେଖି ଇଣ୍ଟରନେଟ୍ ସେବା ଯୋଗାଇ ଦିଆଯିବ।

ତେବେ ରବିବାର ରାତିରୁ କଟକଣା ଲାଗୁ ହୋଇଥିବା ବେଳେ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ଥିଲା କର୍ଫ୍ୟୁ କଟକଣା। ୧୦ଟା ପୂର୍ବରୁ ପୁଲିସ ପକ୍ଷରୁ କଟକଣା ନେଇ କୌଣସି ସୂଚନା ନଆସିବା ପରେ କର୍ଫ୍ୟୁ କୋହଳ କରାଯାଇଥିଲା । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗିଥିଲା କର୍ଫ୍ୟୁ ଲାଗିଥିଲା । କର୍ଫ୍ୟୁ ହଟିବା ପରେ ସହରରେ ଜୀବନଯାତ୍ରା ସ୍ୱାଭାବିକ ହୋଇଥିଲା । ମଙ୍ଗଳାବାଗ, କ୍ୟାଣ୍ଟନ୍‍ମେଣ୍ଟ, ପୁରୀଘାଟ, ବାଦାମବାଡି, ଲାଲବାଗ୍‍, ବିଡାନାସୀ, ମର୍କତନଗର, ସିଡିଏ ଫେଜ୍‍-୨, ମାଲଗୋଦାମ, ଜଗତପୁର, ବୟାଳିଶି ମୌଜା, ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଥିଲା । ଇତିମଧ୍ୟରେ ୩ଟି ମାମଲା ରୁଜୁ କରାଯାଇ ୮ଜଣଙ୍କୁ ଗିରଫ କରାଯାଇଛି। ସିସିଟିଭି ଓ ଗଣମାଧ୍ୟମରେ ପ୍ରକାଶିତ ତଥା ପ୍ରସାରିତ ଭିଡ଼ିଓ ଫୁଟେଜ ଆଧାରରେ ପୁଲିସ ଗଣ୍ଡଗୋଳକାରୀଙ୍କୁ ଚିହ୍ନଟ କରିବା ପ୍ରକ୍ରିୟା ଆରମ୍ଭ କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories