www.samajalive.in
Friday, December 5, 2025
27.1 C
Bhubaneswar

ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଭଞ୍ଜନଗର : ନଦୀରେ ଗାଧୋଇବାବେଳେ ଭାସିଯାଇ ନିଖୋଜ ଥିଲେ ବୃଦ୍ଧ। ଆଜି ସକାଳୁ ଉଦ୍ଧାର ହେଲା ମୃତଦେହ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବଦାଙ୍ଗୀ ଗାଁର ବିଜୟ କୁମାର ସାହୁ ସୋମବାର ସନ୍ଧ୍ୟାରେ ବାରନାଳିଆ ନଦୀକୁ ଗାଧୋଇବାକୁ ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜା କରିଥିଲେ। ହେଲେ ବିଜୟଙ୍କର କୌଣସି ପତ୍ତା ମିଳିନଥିଲା।

ପରେ ଏ ନେଇ ଭଞ୍ଜନଗର ଦମକଳ କେନ୍ଦ୍ରକୁ ସୂଚନା ଦେଇଥିଲେ। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ବିଜୟଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇନଥିଲେ। ଆଜି ସକାଳୁ ଭଞ୍ଜନଗର ଦମକଳବାହିନୀ ନଦୀରୁ ତାଙ୍କ ମୃତଦେହ ଉଦ୍ଧାର କରିଛି। ତାରାସିଂ ପୁଲିସ୍‌ ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories