www.samajalive.in
Saturday, December 6, 2025
26.1 C
Bhubaneswar

ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଫୁଲବାଣୀ: ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ଫିରିଙ୍ଗିଆ ଥାନା କେଲାପଡ଼ା ପଞ୍ଚାୟତ କମଡକାମ୍ବା ଗ୍ରାମର ଯଶୋବନ୍ତ ଅମାତ। ଗଞ୍ଜେଇ ଚାଲାଣ ମାମଲାରେ ସେ ଗିରଫ ହୋଇ ଜେଲରେ ଥିଲେ।

ଗତ ସେପ୍ଟେମ୍ବର ୫ ତାରିଖରେ ପୁଲିସ ପାଟ୍ରୋଲିଂ ଚାଲିଥିଲା। ଫିରିଙ୍ଗିଆ ଶନି ମନ୍ଦିର ନିକଟରେ ଯଶୋବନ୍ତ ଏବଂ ତାଙ୍କ ସ୍ତ୍ରୀ ଅମ୍ବିକାଙ୍କୁ ଅଟକାଇ ଯାଞ୍ଚ କରାଯିବା ସମୟରେ ତାଙ୍କ ପାଖରୁ ୨୧ କିଲୋ ଗଞ୍ଜେଇ ମିଳିଥିଲା। ପୁଲିସ ଉଭୟ ସ୍ବାମୀ, ସ୍ତ୍ରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ଫୁଲବାଣୀ ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଥିଲା। ଯଶୋବନ୍ତଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମଙ୍ଗଳବାର ଭୋର ୪ଟା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ଜେଲ କର୍ତ୍ତୃପକ୍ଷ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଏତଲା ଦେଇଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories