www.samajalive.in
Monday, December 8, 2025
13.1 C
Bhubaneswar

ବସ୍ ଉପରେ ଖସିଲା ମାଟି ଅତଡା, ୧୫ ମୃତ

ଶିମଲା: ହିମାଚଳର ବିଳାସପୁରରେ ବଲ୍ଲୁ ସେତୁ ନିକଟରେ ଭୂସ୍ଖଳନ ଯୋଗୁଁ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏକ ଯାତ୍ରୀବାହୀ ବସ୍ ମାଟି ତଳେ ଦବିଯାଇଛି। ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ସ୍ଥାନୀୟ ପ୍ରଶାସନ ଓ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷିତ ଭାବେ ଲୋକଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି। ରାତିସାରା ଉଦ୍ଧାର କାର୍ଯ୍ୟ ଲାଗିରହିବ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ବସ୍ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପ୍ରତି ସମବେଦନା ଜଣାଇବା ସହ ଆତ୍ମାର ସଦଗତି କାମନା କରିଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories