www.samajalive.in
Monday, December 8, 2025
24.1 C
Bhubaneswar

ବେକକୁ ଝାମ୍ପିଲା ଭାଲୁ : ମହିଳା ମୃତ 


ନୀଳଗିରି: ବାଲେଶ୍ୱର ଜିଲା ଅଧୀନ ନୀଳଗିରି ତିନିକୋଶିଆ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବାବେଳେ ଭାଲୁ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସଜନାଗଡ ପଞ୍ଚାୟତ ପାଣବନ୍ଧ ଗାଁର ଚନ୍ଦ୍ରମୋହନ ନାୟକ ଙ୍କ ସ୍ତ୍ରୀ ଶାନ୍ତିଲତା ବୋଲି ଜଣାପଡିଛି। ଉଭୟ ଦମ୍ପତି ଘର ପାଖ ତିନିକୋଶିଆ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିଲେ। ଜଙ୍ଗଲ ଭିତରେ ଅଚାନକ ଏକ ଭାଲୁ ମହିଳାଙ୍କୁ ଅତର୍କିତ ଆକ୍ରମଣ କରିଥିଲା। ଭାଲୁଟି ମହିଳାଙ୍କ ବେକକୁ ଝାମ୍ପି ଗଭୀର କ୍ଷତ ସୃଷ୍ଟି କରିଛି। ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ନୀଳଗିରି ମେଡିକାଲ୍ ରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories