www.samajalive.in
Friday, December 5, 2025
26.1 C
Bhubaneswar

ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ଵରରେ ପ୍ରବଳ ବର୍ଷା । ଦୀର୍ଘ ସମୟ ଧରି ବିଭିନ୍ନ ସ୍ତାନରେ ଘଡଘଡି ସହ ପ୍ରବଳ ବର୍ଷା ହେଉଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଏପରିକି ରାସ୍ତାରେ ମଧ୍ୟ ବର୍ଷା ପାଣି ଲହଡି ମାରୁଥିବା ଦେଖିବାକୁ ମିଳିଛି। ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।  ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ଲାଗି ରହିଛି।

ସେପଟେ ଆସନ୍ତା ୧୦ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ତେଲଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories