www.samajalive.in
Friday, December 5, 2025
27.1 C
Bhubaneswar

ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗଞ୍ଜାମ ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।  ଆଉ କିଛି ଉପାୟ ନପାଇ କର୍ମଚାରୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ ।

କର୍ମଚାରୀଙ୍କଠାରୁ ବାଲିପଦର ବସ୍‌ ଷ୍ଟପ୍ ଠାରେ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢଉ କରିଥିଲା । ଏହି ଚଢଉ ପରେ ତାଙ୍କ ଅଫିସ, ସରକାରୀ ବାସଭବନ ଓ କବିସୂର୍ଯ୍ୟନଗରଠାରେ ଥିବା ୨ଟି ଘରେ ଏକକାଳୀନ ରେଡ୍ କରାଯାଇଛି । ଏଥିରେ ଜଣେ ଡିଏସପି, ଜଣେ ଇନ୍ସପେକ୍ଟର ଓ ୨ଜଣ ଏଏସଆଇ ସାମିଲ ହୋଇଥିଲେ ।

- Advertisement -

ତାଙ୍କ ଘରେ ଚଢଉବେଳେ କବିସୂର୍ଯ୍ୟନଗରରେ ୫ଟି କୋଠାଘର, ୭ଟି ମୂଲ୍ୟବାନ ପ୍ଲଟ ଥିବା ଜଣାପଡିଛି । ପୁରୀରେ ଗୋଟିଏ ଜାଗା କିଣିଥିବା ବେଳେ ଗଞ୍ଜାମରେ ୬ଟି ଜାଗା କିଣିଛନ୍ତି । ତାଙ୍କୁ ଘରୁ ନଗର ଏକଲକ୍ଷ ୬୦ ହଜାର ଟଙ୍କା ଜବତ କରାଯାଇଥିବା ଭିଜିଲାନ୍ସ ବିଭାଗ ଅଧିକାରୀ ସୂଚନା ଦେଇଛନ୍ତି ।

ଏହି ଘଟଣାରେ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ରୁଜୁ କରାଯାଇଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories