www.samajalive.in
Friday, December 5, 2025
23.1 C
Bhubaneswar

ଏସ୍‌ଆଇ ପରୀକ୍ଷା ମହାଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ

ଭୁବନେଶ୍ଵର : ଏସ୍‌ଆଇ ପରୀକ୍ଷା ମହାଘୋଟାଲା ମାମଲା। ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି।

ସେପଟେ ପୁଲିସ୍‌ ସବ୍ ଇନ୍ସପେକ୍ଟର ପରୀକ୍ଷା ଅନିୟମିତତା ମାମଲାରେ ତନାଘନା ଜାରି ରହିଥିବାବେଳେ ବାଲେଶ୍ଵରରୁ ଆଉ ଜଣେ ଅଭିଯୁକ୍ତକୁ ଅଟକ ରଖାଯାଇଥିଲା। ସଦର ଥାନା ରଣସାହିରୁ ଚନ୍ଦନ ମଲ୍ଲିକଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲା। ଶନିବାର ବାଲେଶ୍ଵର ଜିଲ୍ଲା ସିଂଲା ଥାନା ନାବରା ଗାଁର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇଥିଲା। ତାଙ୍କଠାରୁ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିଲା। ତେବେ ଏହି ଘଟଣାରେ ଅରବିନ୍ଦ ମଧ୍ୟସ୍ଥ ଭାବେ କାମ କରୁଥିଲା। ଆଶାୟୀ ପ୍ରାର୍ଥୀଙ୍କ ସହ ସେ ନିୟମିତ ଭାବେ ଯୋଗାଯୋଗ କରିବା ସହ ପ୍ରଶ୍ନପତ୍ର ପ୍ରଦାନ କରୁଥିଲା। ଏହାର ପ୍ରତି ବଦଳରେ ଆଶାୟୀ ପ୍ରାର୍ଥୀଙ୍କଠାରୁ ସେମାନଙ୍କର ଅସଲି ଶିକ୍ଷାଗତ ପ୍ରମାଣ ପତ୍ର ସଂଗ୍ରହ କରୁଥିଲା।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories