www.samajalive.in
Sunday, December 7, 2025
26.1 C
Bhubaneswar

ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମା’ ସମଲେଶ୍ବରୀ ମନ୍ଦିର ବିକାଶ କାମ ୩୧୬ କୋଟି ଟଙ୍କା ବିନିଯୋଗରେ ୮୨ ଏକର ପରିମିତ ଅଞ୍ଚଳରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେଉଛି । ପ୍ରଥମ ପର୍ଯ୍ୟାୟରେ ମନ୍ଦିର ଚତୁର୍ପାଶ୍ବର କରିଡର ନିର୍ମାଣ, ଗୋପାଳଜିଉ ମଠର ବିକାଶ, ଦୀପ ଘର, ପାର୍କିଂ ସୁବିଧା, ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ସହିତ ଅନ୍ୟାନ୍ୟ ଯାତ୍ରୀ ଓ ଦର୍ଶନାର୍ଥୀ ସୁବିଧା ଉପଲବ୍ଧ କରାଯାଇଛି ।

ଦ୍ବିତୀୟ ପର୍ଯ୍ୟାୟରେ ଭକ୍ତ ନିବାସ, ଲେକ୍‌ ଜୋନ୍‌, ଦୋକାନ ଗୃହ, ଫୁଡ ପାର୍କ, ପାର୍କିଂ ଏବଂ ପ୍ରବେଶ ପଥ ବିକଶିତ କରାଯିବ। ଓଡିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ମାନଙ୍କ ଭିଡ ଲାଗିରହିଥାଏ । ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି । ସେଥିପାଇଁ ଦେଶବିଦେଶରୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଥିଲେ । ଏଥିସହିତ ନିର୍ମାଣ ହେବାକୁ ଥିବା ଭକ୍ତ ନିବାସରେ ଅଧିକ ସଂଖ୍ୟକ ଭକ୍ତଙ୍କ ରହଣି ସୁବିଧା ପାଇଁ, ଆବଶ୍ୟକସ୍ଥଳେ ବହୁତଳ ବିଶିଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମନ୍ଦିର ବିକାଶ କାର୍ଯ୍ୟ ପାଇଁ ବିସ୍ଥାପିତ ହେଉଥିବା ବାସିନ୍ଦାଙ୍କ ଉପଯୁକ୍ତ ଥଇଥାନ ପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories