www.samajalive.in
Monday, December 8, 2025
24.1 C
Bhubaneswar

ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମ ଓଡ଼ିଶା ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଧବାର ଲୋକସେବା ଭବନରେ ବସିଥିବା ଏହି ବୈଠକରେ ଦୁଇଟି ପର୍ଯ୍ୟାୟରେ ଜାରି ରହିଥିବା ଉନ୍ନୟନ ତଥା ସୌନ୍ଦର୍ଯ୍ୟୀକରଣ କାର୍ଯ୍ୟକୁ ଗୁରୁତ୍ବାରୋପ କରାଯାଇଛି ।

ପ୍ରଥମ ପର୍ଯ୍ୟାୟରେ ମନ୍ଦିର ଚତୁର୍ପାଶ୍ବର କରିଡର ନିର୍ମାଣ, ଗୋପାଳଜିଉ ମଠର ବିକାଶ, ଦୀପ ଘର, ପାର୍କିଂ ସୁବିଧା, ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ସହିତ ଅନ୍ୟାନ୍ୟ ଯାତ୍ରୀ ଓ ଦର୍ଶନାର୍ଥୀ ସୁବିଧା ଉପଲବ୍ଧ କରାଯାଇଛି । ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ଭକ୍ତ ନିବାସ, ଲେକ୍‌ ଜୋନ୍‌, ଦୋକାନ ଗୃହ, ଫୁଡ ପାର୍କ, ପାର୍କିଂ ଏବଂ ପ୍ରବେଶ ପଥ ଆଦି ବିକଶିତ କରାଯିବାର ଯୋଜନା ରହିଛି ।

- Advertisement -

ଓଡିଶାର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ମାନଙ୍କ ଭିଡ ଲାଗିରହିଥାଏ । ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି, ଯେଉଁଥି ପାଇଁ ଦେଶବିଦେଶରୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି।   ଏସବୁକୁ   ଦୃଷ୍ଟିରେ  ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏଥି ପାଇଁ ନିର୍ମାଣ ହେବାକୁ ଥିବା  ଭକ୍ତ ନିବାସରେ ଅଧିକ ସଂଖ୍ୟକ ଭକ୍ତଙ୍କ ରହଣି ସୁବିଧା ପାଇଁ, ଆବଶ୍ୟକସ୍ଥଳେ ବହୁତଳ ବିଶିଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ବିକାଶ କାମ ୮୨ ଏକର ପରିମିତ ଅଞ୍ଚଳରେ କରାଯାଉଛି, ଯାହାର ମୋଟ ବ୍ୟୟ ଅଟକଳ ୩୧୬ କୋଟି ଟଙ୍କା ରଖାଯାଇଛି ।

ଏହାବାଦ ମନ୍ଦିର ବିକାଶ କାର୍ଯ୍ୟ ପାଇଁ ବିସ୍ଥାପିତ ହେଉଥିବା ବାସିନ୍ଦାଙ୍କ ଉପଯୁକ୍ତ ଥଇଥାନ ପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories