www.samajalive.in
Monday, December 8, 2025
17.1 C
Bhubaneswar

ଆଜି ବିଜେପି କୋର କମିଟି ବୈଠକ

ଆଜି ବିଜେପିର କୋର କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଦୁଇ ପ୍ରଭାରୀଙ୍କ ସହ କୋର୍‌ କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ। କୋର କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନ ନେଇ ଆଲୋଚନା ହେବ ବୋଲି ଜଣାପଡ଼ିଛି। ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମର କହିଛନ୍ତି ଯେ, ବହୁତ ଆଶାୟୀଙ୍କ ନାମ ରହିଛି। କୋର କମିଟି ବୈଠକରେ ଆଲୋଚନା ହେବ। ଖୁବ୍‌ଶୀଘ୍ର ବିଜେପି ପ୍ରାର୍ଥୀ ଘୋଷଣା କରିବ। ଆମେ ଏହି ଆସନ ଜିତିବୁ। ଅନ୍ୟପକ୍ଷରେ ନୂଆପଡ଼ା ଆସନରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ପ୍ରାର୍ଥୀ ହେବା ନେଇ ଦଳୀୟ ମହଲରେ ଆଲୋଚନା ହେଉଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ତେବେ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଏହି ଉପନିର୍ବାଚନ ବିଜେପି ପାଇଁ ଅଗ୍ନି ପରୀକ୍ଷା ସଦୃଶ ହୋଇଛି। କାରଣ ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଥମଥର ଉପନିର୍ବାଚନ ହେଉଛି। ଏହି ଉପନିର୍ବାଚନ ଜିତିବା ପାଇଁ ବିଜେପି ଉଦ୍ୟମ ଚଳାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ତାଙ୍କୁ ଭଲ ବନ୍ଧୁ କହିବା ସହିତ ନୂଆପଡ଼ା ମୋର ଦାୟିତ୍ବ ବୋଲି କହିଥିଲେ। ଏହାପରେ ନୂଆପଡ଼ା ଯାଇ ୧୧୦୦ରୁ ଅଧିକ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ ଓ ଘୋଷଣା କରିଛନ୍ତି। ବିଜେପି ଟିକଟ ଦୌଡ଼ରେ ବରିଷ୍ଠ ନେତା ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ଆଗରେ ଅଛନ୍ତି। ସ୍ଥାନୀୟ ବିଜେପି ନେତା ଯଦୁମଣି ପାଣିଗ୍ରାହୀ ମଧ୍ୟ ପ୍ରମୁଖ ଦାବିଦାର ଅଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories