www.samajalive.in
Friday, December 5, 2025
23.1 C
Bhubaneswar

ଆଜିଠାରୁ କଳିଙ୍ଗରେ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା :  ୨୦୦୦ ପ୍ରତିଯୋଗୀ, ଓଡ଼ିଶାରୁ ୭୫

ଭୁବନେଶ୍ଵର: ଭାରତୀୟ ଦୌଡ଼କୁଦ ସଂଘ, ଓଡ଼ିଶା ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଓଡ଼ିଶା ଦୌଡ଼କୁଦ ସଂଘର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡ଼ିୟମରେ ଆଜିଠାରୁ ୧୪ ପର୍ଯ୍ୟନ୍ତ ୪୦ତମ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ସର୍ବାଧିକ କ୍ରୀଡ଼ାବିତ୍‌ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ କରିବେ ବୋଲି ଗୁରୁବାର କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି। ଏଥିସହ ଅକ୍ଟୋବର ୧୧ରୁ ୧୫ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୨୮ତମ ଏସୀୟ ଟେବୁଲ ଟେନିସ ଦଳଗତ ଚାମ୍ପିଆନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସମୟରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି। କଳିଙ୍ଗ ଷ୍ଟାଡ଼ିୟମରେ ଗତ ଅଗଷ୍ଟରେ ସଫଳତାର ସହ ୱାଲ୍ଡ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ୪୦ତମ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜନ ମଧ୍ୟ ସଫଳତାର ସହ ହେବ ବୋଲି ଭାରତୀୟ ଦୌଡ଼କୁଦ ମହାସଙ୍ଗ ପକ୍ଷରୁ ଆଦିଲ୍ ସୁମାରିୱାଲା ମତପ୍ରକାଶ କରିଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories