କଟକ: ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କଟକ ସିପି ଏସ୍ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜ୍ଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୁଲିସ୍ ଫ୍ଲାଗମାର୍ଚ୍ଚ କରିଥିବାବେଳେ କଟକ ସହର ସାରା ପୁଲିସ୍ ମୁତୟନ ଅଛନ୍ତି । ସ୍ଥିତି ସ୍ବାଭାବିକ ରହିଛି। ତଥାପି କିଛି ଲୋକ ସୋସିଆଲ ମିଡିଆରେ ବିଭ୍ରାନ୍ତିକର ତଥ୍ୟ ରଖୁଛନ୍ତି। ଭାଇରାଲ ବି କରୁଛନ୍ତି। ଏଥିରୁ କ୍ଷାନ୍ତ ରୁହନ୍ତୁ, ନଚେତ୍ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି କଡ଼ା ଚେତାବନୀ ଦେଇଛନ୍ତି।
Popular Categories



