www.samajalive.in
Saturday, December 6, 2025
14.1 C
Bhubaneswar

ଦିଲ୍ଲୀରୁ ଫେରିଲେ ନବୀନ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀରୁ ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ଵତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇଛନ୍ତି। ସେଠାରୁ ସେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧାସଳଖ ନବୀନ ନିବାସକୁ ଯାଇଛନ୍ତି।

ତେବେ ଦିଲ୍ଲୀରେ ଦୀର୍ଘ ୧ ମାସରୁ ଅଧିକ ସମୟ ରହିବା ପରେ ନବୀନ ଓଡିଶା ଫେରିଛନ୍ତି। ବିଭିନ୍ନ ସାମାଜିକ, ବ୍ୟକ୍ତିଗତ କାର୍ଯ୍ୟକ୍ରମ ପାଇଁ ସେ ଦିଲ୍ଲୀ ଗସ୍ତ କରିଥିଲେ। ଦିଲ୍ଲୀସ୍ଥିତ ବାସଭବନରେ ୧ ମାସର ରହଣି ମଧ୍ୟରେ ନବୀନ, ନିଜ ପରିବାର ସଦସ୍ୟ ଏବଂ ସାଙ୍ଗସାଥୀଙ୍କୁ ଭେଟିବା ସହ ବହି କିଣିବା ଏବଂ ପଢିବାରେ ନିଜ ସମୟ ବିତାଇଥିଲେ। ତାଙ୍କ ଫେରିବା ଗୁରୁତ୍ଵପୂର୍ଣ୍ଣ ରହିଥିଲା। ଆଗକୁ ନୂଆପଡ଼ା ବିଧାନସଭା ନିର୍ବାଚନ ଥିବାରୁ ନବୀନଙ୍କ ରଣନୀତି ଅତି ଗୁରୁତ୍ଵପୂର୍ଣ୍ଣ ବୋଲି କୁହାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories