ଭୁବନେଶ୍ଵର : ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ। ଏହା ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା ଚାଲିଛି। ଆଜି ବିଜେପିରେ ମିଶିପାରନ୍ତି ଜୟ ଢୋଲକିଆ। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିପାରନ୍ତି । ବିଜେପିରେ ମିଶିଲେ ନୂଆପଡା ପାଇଁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି।
ବିଜେଡିର ପଦଯାତ୍ରାରେ ଜୟ ଢୋଲକିଆଙ୍କୁ ଦେଖିବାକୁ ମିଳିନଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ ଜୟ ଢୋଲକିଆ ବିଜେପି ଆଡ଼କୁ ଢଳୁଛନ୍ତି। ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିବା ମଧ୍ୟ କୁହାଯାଉଛି। ତାଙ୍କୁ ବିଜେପି ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ ବୋଲି ମଧ୍ୟ ଚର୍ଚ୍ଚା ହେଉଛି।



