www.samajalive.in
Friday, December 5, 2025
23.1 C
Bhubaneswar

ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ, ଜୟ ଢୋଲକିଆ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ବିଧାନସଭା ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ବିଜେଡିର ପୂର୍ବତନ ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ଯୋଗଦେବାର ଚର୍ଚ୍ଚା ଆରମ୍ଭ ହେବା ପରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚିନ୍ତାରେ ପଡ଼ିଛି। ଅନ୍ୟପଟେ ଜୟ ଢୋଲକିଆ ଶନିବାର ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେ ହଜାର ହଜାର ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଆସି ବିଜେପି ପାର୍ଟି ଅଫିସରେ ପହଞ୍ଚିଛନ୍ତି। କୁହାଯାଉଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବି ସେଠାକୁ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳର ବରିଷ୍ଠ ନେତାମାନେ ବି ଉପସ୍ଥିତ ରହିଛନ୍ତି। ଜୟ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେବେ ବୋଲି ଏକପ୍ରକାର ସ୍ଥିର ହୋଇସାରିଛି। ଏହାକୁ ନେଇ ବିଜେପି କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories