www.samajalive.in
Friday, December 5, 2025
27.1 C
Bhubaneswar

୩ଦିନ ପରେ ଓଡ଼ିଶା ଛାଡ଼ିବ ମୌସୁମୀ

ଭୁବନେଶ୍ୱର : ରାଜ୍ୟରୁ ଆସନ୍ତା ୨ରୁ ୩ଦିନ ପରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବ। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ବିହାରର କିଛି ଅଞ୍ଚଳରୁ ମୌସୁମି ବାୟୁ ବାହୁଡ଼ିବ। ଝାଡ଼ଖଣ୍ଡ ଏବଂ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ମୌସୁମି ବାୟୁ ଫେରିଯିବ। ପଶ୍ଚିମବଙ୍ଗ, ସିକ୍କିମ, ଓଡ଼ିଶା ଏବଂ ତେଲଙ୍ଗାନା ରାଜ୍ୟର କିଛି ଅଞ୍ଚଳରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ପୁଣି ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories