www.samajalive.in
Friday, December 5, 2025
26.1 C
Bhubaneswar

କେମିତି କଟିବ ଏହି ସପ୍ତାହ: ସାପ୍ତାହିକ ରାଶିଫଳ

ମେଷ:  ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଦୂରଯାତ୍ରା କରିପାରନ୍ତି। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। କର୍ମକ୍ଷେତ୍ରରେ ବିଭ୍ରାନ୍ତିକର ପରିସ୍ଥିତି ସୃଷ୍ଟି ହେବ। ବ୍ୟବସାୟରେ କ୍ଷତି ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମ ଅନୁରୂପ ଫଳପ୍ରାପ୍ତ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀବଗଳାମୁଖୀ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଅସୁବିଧାରେ ପଡ଼ିପାରନ୍ତି। ଅଯଥା ବିବାଦରେ ପଡ଼ି ମାନହାନି ହୋଇପାରେ। ମଙ୍ଗଳବାର ଓ ବୁଧବାର ସ୍ତ୍ରୀଙ୍କ ସହଯୋଗରେ କାର୍ଯ୍ୟ ସିଦ୍ଧି ହେବ। ନୂତନ ଆଭୂଷଣ କିଣିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରିସ୍ଥିତି ପ୍ରତିକୂଳ ରହିପାରେ। ଋଣଯୁକ୍ତ ହେବେ। ଅଣ୍ଟାରେ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର କର୍ମହେତୁକ ସମସ୍ୟା ଦୂରୀଭୂତ ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମଙ୍ଗଳବାର ଓ ବୁଧବାର ଅର୍ଥ ବିନିଯୋଗ କରିବାକୁ ଥିଲେ ଜଗିରଖି କରନ୍ତୁ। ନଚେତ୍‌ କ୍ଷତି ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବ। ବିଦ୍ୟାର୍ଥୀମାନେ କଳ୍ପନାବିଳାସୀ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ବୁଂ ବୁଧାୟ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ପୈତୃକ ସମ୍ପତ୍ତିକୁ ନେଇ ଥିବା ସମସ୍ୟା ସମାଧାନ ହେବ। ଯୋଜନା ଅନୁସାରେ କାର୍ଯ୍ୟକାରୀ ପ୍ରଶଂସିତ ହେବେ। ମଙ୍ଗଳବାର ଓ ବୁଧବାର ଅର୍ଥନୈତିକ ପ୍ରଗତି ସଂଘଟିତ ହେବ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଏତେଟା ସଫଳତା ପ୍ରଦାନ କରିନପାରେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଚନ୍ଦ୍ରଙ୍କୁ ପୂଜା କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟର ଅନୁକୂଳତା ଅନୁଭବ ହେବ। ନୂତନ ଜମି ବା ଫ୍ଲାଟ୍‌ କିଣିପାରନ୍ତି। ଦୂରସ୍ଥାନରୁ ଶୁଭ ଖବର ମିଳିପାରେ। ବୁଧବାର ଓ ଗୁରୁବାର ବିଦେଶ ଭ୍ରମଣରେ ଯାଇପାରନ୍ତି। ଶୁକ୍ରବାର ଓ ଶନିବାର ନୂତନ ବନ୍ଧୁ ଲାଭ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାର ଓ ବୁଧବାର ଭବିଷ୍ୟତ କର୍ମପନ୍ଥା ନିର୍ଦ୍ଧାରଣ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ଭାଗ୍ୟବାଦୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆର୍ଥିକ ଅନଟନ ଦୂର ହେବ। ଛାତ୍ରଛାତ୍ରୀମାନେ ବିଦ୍ୟା ପଠନରେ ବ୍ରତୀ ହେବେ। ଆର୍ଥିକ ଅନଟନ ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଓ ସୋମବାର ପ୍ରତିଷ୍ଠା ଲାଭ କରିବେ। ଗୁରୁଜନମାନଙ୍କର ଆଶୀର୍ବାଦ ପ୍ରାପ୍ତି ହେବ। ମଙ୍ଗଳବାର ଓ ବୁଧବାର ଆୟ ବ୍ୟୟ ମଧ୍ୟମ ରହିବ। ପ୍ରତିଯୋଗିତାରେ ବିଜୟୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଚିନ୍ତାଗ୍ରସ୍ତ ହେବେ। ଅର୍ଥ ଚିନ୍ତା ଆପଣଙ୍କୁ ବିବ୍ରତ କରିପାରେ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। କର୍ମହେତୁକ ଗ୍ଲାନି ଦୂର ହେବ। ବୁଧବାର ଓ ଗୁରୁବାର ନୂତନ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର ଭ୍ରମଣପ୍ରିୟ ହେବେ। ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ଦୂରଯାତ୍ରା କରିବା ଉଚିତ୍‌ ନୁହେଁ। ମାନସିକ ଦ୍ବନ୍ଦ୍ବ ପରିଲକ୍ଷିତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଦେବଦର୍ଶନରେ ଆନନ୍ଦ ଲାଭ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର ସ୍ଥାନାନ୍ତରିତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀମାନେ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ପ୍ରେମରେ ସଫଳତା ପ୍ରାପ୍ତ ହେବ। ପାରିବାରିକ ଶାନ୍ତି ଲାଭ ହେବ। ମଙ୍ଗଳବାର ଓ ବୁଧବାର ଶାରୀରିକ ଅସୁସ୍ଥତା ଦେଖାଦେବ। କାର୍ଯ୍ୟରେ ବାଧାବିଘ୍ନ ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ପରୋପକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ମାଲିମକଦ୍ଦମାରେ ବିଜୟୀ ହେବେ। ମଙ୍ଗଳବାର ଓ ବୁଧବାର ଚାହୁଁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଯାତ୍ରାକାଳୀନ ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଶତ୍ରୁ ପରାସ୍ତ ହେବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସୌଖିନ ଦ୍ରବ୍ୟ କ୍ରୟ କରିବେ। ବନ୍ଧୁଙ୍କ ଗହଣରେ ସମୟ ବିତିବ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories