www.samajalive.in
Monday, December 8, 2025
14.1 C
Bhubaneswar

ଶ୍ରୀମନ୍ଦିରରେ ହେବ ଓ୍ବାକିଟକି ବ୍ୟବସ୍ଥା

ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ବାରଣ ହେବ ମୋବାଇଲ ଫୋନ୍। କୌଣସି ପୁଲିସ୍‌ କର୍ମଚାରୀ କିମ୍ବା ସେବାୟତ ମନ୍ଦିର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍‌ କମିଟି ମୁଖ୍ୟ। ଆଜି ସୁରକ୍ଷା ସବ୍‌ କମିଟି ମୁଖ୍ୟ ଡଃ ଗିରିଶ୍ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଶ୍ରୀମନ୍ଦିର ସୁରକ୍ଷା ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ସୁରକ୍ଷା ସବ୍‌ କମିଟି ମୁଖ୍ୟ ଗିରିଶ ଚନ୍ଦ୍ର ମୁର୍ମୁ ଏହି ସୂଚନା ଦେଇଛନ୍ତି।

ଆହୁରି ମଧ୍ୟ ସେ କହିଛନ୍ତି ଯେ ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି। କେତେକ ଜିନିଷ ନିଜକୁ କରିବାକୁ ହେବ ଏବଂ ଆଉ କିଛି ସରକାର କରିବେ। କାହାକୁ ହଇରାଣ କରିବାକୁ ନୁହେଁ , ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ। ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories