www.samajalive.in
Saturday, December 6, 2025
23.1 C
Bhubaneswar

କାର୍‌ ବାଣ୍ଟିବେ ମୋହନ ସରକାର

ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ  ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ ବ୍ୟାଙ୍କରୁ ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ରୁଣ ଯୋଗାଇ ଦିଆଯିବ।  ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ , ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଚତୁର୍ଥ ବର୍ଷରେ ୩୫୦ ମହିଳାଙ୍କୁ କାର୍‌ କିଣିବା ପାଇଁ ରଣ ମିଳିବ । ଏହି ଋଣର କିସ୍ତି ମହିଳା ମାନେ ୫ ବର୍ଷରେ ସୁଝିବେ।

ରାଜ୍ୟ ସରକାର ବାର୍ଷିକ ୧୧ ପ୍ରତିଶତ ହାରରେ ସୁଧ ସୁଝିବେ। ୨୧ରୁ ୪୦ ବର୍ଷର ମହିଳାଙ୍କୁ ସୁଯୋଗ ମିଳିବ। ସୁଭଦ୍ରା ହିତାଧିକାରୀ, ଏସ୍‌ଏଚ୍‌ଜି ମହିଳାଙ୍କୁ  ଅଗ୍ରାଧିକାର ଦିଆଯିବ । ଗାଡ଼ି କିଣିବାର ୩ ମାସ ପରେ ଆରମ୍ଭ ହେବ ଋଣ ପରିଶୋଧ ପ୍ରକ୍ରିୟା  । ସୁଧ ବାଣିଜ୍ୟ ଓ ପରିବହନ ବିଭାଗ ସୁଝିବ । ଗାଡ଼ି ଚାଳକଙ୍କ ବୀମା ବାବଦରେ ୧ ହଜାର ଟଙ୍କା ଦେବେ ସରକାର । ଗାଡ଼ି କିଣିବା ବାବଦରେ ଖର୍ଚ୍ଚ ହେବ ୧୧୦ କୋଟି । ଯୋଜନା ଠିକ୍ ଭାବେ କାର୍ଯ୍ୟକାରୀ ହେବା ପାଇଁ ଷ୍ଟିୟରିଂ କମିଟି ଗଠନ ହେବ । ପରିବହନ ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ  ଷ୍ଟିୟରିଂ କମିଟି ଗଠନ ହେବ । ସରକାର ପ୍ରତି ୩ ମାସରେ ଥରେ ମହିଳାଙ୍କ ଆୟର ହିସାବ କରିବେ । ଏବେ ସୁଦ୍ଧା ୬୨୧୬ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇଛନ୍ତି ଏବଂ ୪ଟି ଡ୍ରାଇଭିଂ ପ୍ରତିଷ୍ଠାନରେ ଟ୍ରେନିଂ ହୋଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories