www.samajalive.in
Sunday, December 7, 2025
18.1 C
Bhubaneswar

ମାସ ଶେଷକୁ ଦୁଇଟି ଲଘୁଚାପ

ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲାରୁ ମୌସୁମି ବିଦାୟ ନେଇଛି। ଆଜି ରାଜ୍ୟରୁ ସମ୍ପୂର୍ଣ୍ଣ ମୌସୁମି ଅପସାରଣ ପାଇଁ ପାଗ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ଆସନ୍ତା ଦୁଇଦିନ ମଧ୍ୟରେ ମୌସୁମୀ ବାୟୁ ଦେଶର ଆଉ କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି।
ଅନ୍ୟପଟେ ଚଳିତ ମାସ  ଶେଷ ଆଡ଼କୁ ଆରବସାଗର ଏବଂ ବଙ୍ଗୋପସାଗରରେ ଗୋଟିଏ ଲେଖାଏଁ ଲଘୁଚାପ ସୃ‌ଷ୍ଟି ହେବା ସମ୍ଭାବନା ରହିଛି ବୋଲି କିଛି ଘରୋଇ ପାଣିପାଗ ସଂସ୍ଥା ଆକଳନ କରିଛନ୍ତି। ସମ୍ଭାବ୍ୟ ଲଘୁଚାପର ପ୍ରଭାବ କ’ଣ ରହିବ, କେଉଁ ଆଡ଼କୁ ଗତି କରିବ, କେଉଁ ରାଜ୍ୟ ଉପରେ ଅଧିକ ପ୍ରଭାବ ପଡ଼ିବ ଏବଂ କେତେଦୂର ଘନୀଭୂତ ହେବ ତାହା ସ୍ପଷ୍ଟ କରାଯାଇ ନାହିଁ।
ସୋମବାର ଜି ମାଲକାନଗିରି ଜିଲାର କିଛି ଜାଗାରେ କାଁ ଭାଁ ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଏବେ ରାଜ୍ୟରେ ହାଲୁକା ଶୀତ ଅନୁଭୂତ ହେଉଥିବା ବେଳେ ନଭେମ୍ବର ପ୍ରଥମ ସପ୍ତାହରୁ ଶୀତ ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories