www.samajalive.in
Friday, December 5, 2025
23.1 C
Bhubaneswar

ଦୈନିକ ‘ସମାଜ’ର ୧୦୬ତମ ସ୍ଵନକ୍ଷତ୍ର ପୂର୍ତ୍ତି ପକ୍ଷ ସମାରୋହ ଆରମ୍ଭ

ସମାଜ ଡିଜିଟାଲ ଡେସ୍କ: ଦୈନିକ ଖବରକାଗଜ ‘ସମାଜ’ର ୧୦୬ ତମ ସ୍ଵନକ୍ଷତ୍ର ପୂର୍ତ୍ତି ପକ୍ଷ ସମାରୋହ କଟକସ୍ଥିତ ଶାରଳା ଭବନରେ ବୁଧବାର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେବେ। ମୁଖ୍ୟମନ୍ତ୍ରୀଙ୍କ ସମେତ ସମ୍ମାନିତ ଅତିଥି ଭାବେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ, ପୂର୍ବତନ ପ୍ରଫେସର ଡ. ବୈଷ୍ଣବ ଚରଣ ସାମଲ ମଞ୍ଚାସୀନ ଅଛନ୍ତି। ଲୋକସେବକ ମଣ୍ଡଳ ସଭାପତି ରାଜକୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ଲୋକସେବକ ମଣ୍ଡଳ ଉପସଭାପତି ଦୀପକ ମାଲବୀୟ ଏବଂ ସମାଜର ମୁଦ୍ରାକର ଓ ପ୍ରକାଶକ ତଥା ଲୋକସେବକ ମଣ୍ଡଳର ସମ୍ପାଦକ ରାଜେନ୍ଦ୍ର କୁମାର ଜେନା, ‘ସମାଜ’ର ସମ୍ପାଦକ ତଥା ମୁଖ୍ୟ ପରିଚାଳକ ତପନ କୁମାର ମିଶ୍ର ଉପସ୍ଥିତ ରହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ଅତିଥିବୃନ୍ଦ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।

 

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories